Site icon ଆଜିକାଲି

ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠୁ ବଦଳିବ ପାଗ, ୧୮ ତାରିଖ ଯାଏଁ ଝଡ଼ ବର୍ଷା ପୂର୍ବାନୁମାନ

ଭୁବନେଶ୍ୱର – ରାଜ୍ୟରେ ଆଜିଠୁ ପାଣିପାଗ ବଦଳିବ । ପଶ୍ଚିମା ଝଡ଼ର ପ୍ରଭାବ ଦେଖିବାକୁ ମିଳିବ । ପାଗ ମେଘୁଆ ରହିବା ସହ କିଛି ଅଞ୍ଚଳରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଆସନ୍ତାକାଲିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ୧୭ ତାରିଖରୁ ସାରା ରାଜ୍ୟରେ ଝଡ଼ବର୍ଷା ହେବ । ଘଣ୍ଟା ପ୍ରତି ପବନର ବେଗ ୪୦ରୁ ୫୦ କିମି ରହିବ ବୋଲି ପାଣିପାଗ ବିଭାଗ କହିଛି। ୧୯ ତାରିଖ ସକାଳ ପର୍ଯ୍ୟନ୍ତ ବର୍ଷା ପବନ ଜାରି ରହିବ । ବର୍ଷା ପବନ ଯୋଗୁଁ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ ।

Exit mobile version