Site icon ଆଜିକାଲି

ଆସନ୍ତା ୫ ଦିନ ରାଜ୍ୟରେ ବଡ଼ ବର୍ଷା ନାହିଁ, ୨୪ ଘଣ୍ଟାରେ ୧୮ ଜିଲ୍ଲାରେ ଝଡବର୍ଷା ଓ ବଜ୍ରପାତ ଚେତାବନୀ

ଭୁବନେଶ୍ୱର : ବର୍ତ୍ତମାନ ରାଜ୍ୟ ଉପରେ ମୌସୁମୀର ପ୍ରଭାବ ଦୁର୍ବଳ ଅବସ୍ଥାରେ ରହିଥିବା ବେଳେ ବାୟୁମଣ୍ଡଳର ୧.୫ କିମି ଉଚ୍ଚତାରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏଥିଯୋଗୁଁ ଆସନ୍ତା ୫ ଦିନ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୮ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତ ହୋଇପାରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଜପତି, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ଗଞ୍ଜାମ, ବୌଦ୍ଧ, ଅନୁଗୁଳ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Exit mobile version