Site icon ଆଜିକାଲି

ଆଜିଠୁ ତିନି ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷିବ, କାଲି ସୃଷ୍ଟି ହେବ ଆଉ ଏକ ଲଘୁଚାପ

ଆଜିଠୁ ତିନି ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷିବ, କାଲି ସୃଷ୍ଟି ହେବ ଆଉ ଏକ ଲଘୁଚାପ

ଭୁବନେଶ୍ବର – ବଙ୍ଗୋପ ସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆସନ୍ତାକାଲି ଲଘୁଚାପ କ୍ଷେତ୍ରରେ ପରିଣତ ହେବା ସମ୍ଭାବନା ରହିଛି। ଏବେ ଉତ୍ତର-ପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୪.୫ରୁ ୭.୬ କିମି ଉଚ୍ଚତା ମଧ୍ୟରେ ସକ୍ରିୟ ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜିଠାରୁ ୩ ଦିନ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।

ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହୋଇପାରେ।

କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ(୧୨ରୁ ୨୦ ସେମି) ବର୍ଷା ହେବ। ଆସନ୍ତାକାଲି ଲଘୁଚାପ ସୃଷ୍ଟି ପରେ ବର୍ଷା ପରିମାଣ ବଢ଼ିବ। ସମ୍ୱଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୯ ତାରିଖରେ ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Exit mobile version