Site icon ଆଜିକାଲି

କାଲି ଠାରୁ ତିନିଦିନ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ବର : ରାଜ୍ୟରେ କାଲିଠାରୁ ଗ୍ରୀଷ୍ମପ୍ରବାହ ଆହୁରି ଅସହ୍ୟ ହୋଇପାରେ। ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଅଧିକ ରହିବ । ସର୍ବାଧିକ ତାପମାତ୍ରା ୪୫ଡିଗ୍ରୀ ଅତିକ୍ରମ କରିବାର ଆଶଙ୍କା ରହିଛି। ଉପକୂଳ, ପଶ୍ଚିମ, ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ସମେତ ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକର କିଛି ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ତେବେ, ୧୫ତାରିଖରୁ ରାଜ୍ୟ ମଧ୍ୟକୁ ପଶ୍ଚିମ ତଥା ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କବାୟୁୂ ପ୍ରବାହ ଦ୍ବାରା ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବ। ଏହିମାସ ୧୫, ୧୬ ଏବଂ ୧୭ ତାରିଖରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ଥିବାରୁ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୋଳ, ଦେବଗଡ଼, ବୌଦ୍ଧ ଏବଂ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା ରହିଛି।

Exit mobile version