Site icon ଆଜିକାଲି

ପଶ୍ଚିମା ପ୍ରଭାବରେ ଆଜି ଘଡଘଡି ସହ କୁଆପଥର ବର୍ଷା ସମ୍ଭାବନା, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ପଶ୍ଚିମା ଝଡ଼ ଯୋଗୁଁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ କୁଆପଥର ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦୁଝର, ଅନୁଗୁଳ, କଟକ, ଯାଜପୁର, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇଯାଇଛି। କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୬୮. ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ପଶ୍ଚିମା ପ୍ରଭାବରେ ଆଜିଠୁ ବର୍ଷାର ବିସ୍ତୃତି ବଢିବା ପୂର୍ବାନୁମାନ କରାଯାଇଛି ।

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୦ ତାରିଖରୁ ପାଣିପାଗରେ ପରିବର୍ତ୍ତନ ହେବ ।

Exit mobile version