Site icon ଆଜିକାଲି

ରାଜ୍ୟରେ ଦୁଇ ଦିନ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା, ୭ ଯାଏଁ ଘନ କୁହୁଡ଼ି ନେଇ ଆଲର୍ଟ

ଭୁବନେଶ୍ୱର : ରାଜ୍ୟରେ ଦୁଇ ଦିନ ଘଡ଼ଘଡ଼ି ସହ ହାଲୁକା ବର୍ଷା ସମ୍ଭାବନା। ଶୁକ୍ରବାର ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ । ଶନିବାର ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଓ ମୟୂରଭଞ୍ଜର ସ୍ଥାନେ ସ୍ଥାନେ ହାଲୁକା ବର୍ଷା ସମ୍ଭାବନା ଅଛି ।

ରାଜ୍ୟର ବାକି ଅଞ୍ଚଳରେ ପାଗ ଶୁଖିଲା ରହିବ । ମାତ୍ର ଶୀତ ବଢ଼ିବାର ସମ୍ଭାବନା ନାହିଁ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଶୀତ ବଢ଼ିବା ସମ୍ଭାବନା ଦେଖାଯାଉନି । ହେଲେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳର କେତେକ ଅଞ୍ଚଳରେ କୁହୁଡ଼ି ରହିବ । ଆସନ୍ତା ୩ ଦିନ ଘନ କୁହୁଡ଼ି ସମ୍ଭାବନା ଅଛି । ପାଣିପାଗ ବିଭାଗ କହିଛି, ୭ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମଧ୍ୟମରୁ ଘନ କୁହୁଡ଼ି ଘେରିପାରେ ।

ଶୁକ୍ରବାର ସକାଳେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ମଧ୍ୟମରୁ ଘନ କୁହୁଡ଼ି ସମ୍ଭାବନା ଅଛି ।

Exit mobile version