Site icon ଆଜିକାଲି

ଆଜି ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା


ଭୁବନେଶ୍ୱର : ରାଜ୍ୟରେ ଅନେକ ଅଞ୍ଚଳରେ ଗତ ଦୁଇ ଦିନ ହେବ ମେଘୁଆ ପାଗ ରହିବା ସହ କେତେକ ସ୍ଥାନରେ ବର୍ଷା ମଧ୍ୟ ହୋଇଛି । ଏଭଳି ପାଗ ଆସନ୍ତା ଅକ୍ଟୋବର ୯ ତାରିଖ ଯାଏଁ ଲାଗିରହିବା ସହ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ଲଘୁଚାପର ରୂୂପ ନେବାର ସମ୍ଭାବନା ମଧ୍ୟ ରହିଛି ।

ଆସନ୍ତା ଦୁଇ ଦିନ ରାଜ୍ୟରେ କେତେକ ଅଞ୍ଚଳରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବ । କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ପୁରୀ, ଖୋର୍ଦ୍ଧା, କଟକ ଏବଂ ଜଗତସିଂହପୁର ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Exit mobile version