Site icon ଆଜିକାଲି

୪ ଅପ୍ରେଲ ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ । ପ୍ରିୟ ଲୋକଙ୍କ ସହିତ ଆନନ୍ଦିତ ହେବେ । ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ । ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ବୃଷ- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ । ଭୂ-ସମ୍ପତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ମିଥୁନ- ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କାରବାରରେ ଠକାମୀରେ ପଡିବେ । ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।

କର୍କଟ- ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବେ । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ମହିଳା ମାନେ ରକ୍ଷଣଶୀଳ ରହିବେ । ଆନନ୍ଦମୟ ମୂହୁର୍ତ ସାଙ୍ଗକୁ ଯଶମାନ ବୃଦ୍ଧି ହୋଇପାରେ

ସିଂହ- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ସାଂସ୍କୃତିକ କାର‌୍ୟ୍ୟ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଉନ୍ନତି କରିବେ ।

କନ୍ୟା- ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ । ମହିଳା ମାନେ ବୁଦ୍ଧି ଖଟାଇ ପରିସି୍ଥତିକୁ ସୁଧାରି ନେବେ ।

ତୁଳା- କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ବିଛା- ସାଥୀଙ୍କ ମଧ୍ୟରେ ଏକ ଭଲ ପାରସ୍ପରିକ ବୁଝାମଣା ହେବ । ସରକାରୀ କ୍ଷେତ୍ରରୁ ଲାଭ ପାଇପାରିବେ । ଲେଖାପଢାରେ ସାଥିଙ୍କ ସାହାର‌୍ୟ୍ୟ ସହଯୋଗ ମିଳିବ । ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ ।

ଧନୁ- ବ୍ୟବସାୟ ବିଷୟରେ ଭଲ କଥା କହିବେ । ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗି ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଅସମ୍ପୂର୍ଣ୍ଣ କାମ ପୂର୍ଣ୍ଣାଙ୍ଗ କରିବାକୁ ଚେଷ୍ଟା କରିପାରନ୍ତି । ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ।

ମକର-ଦାମ୍ପତ୍ୟ ଜୀବନରେ ସମ୍ପର୍କକୁ ଆଗକୁ ନେବାରେ ସଫଳ ହେବେ । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧି ପକ୍ଷ କିଛି କ୍ଷତି କରି ପାରିବେ ନାହିଁ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର‌୍ୟ୍ୟରେ ନିୟୋଜିତ ହୋଇପାରନ୍ତି ।

କୁମ୍ଭ- ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଯଦି ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ନିଜ ପରିସରରେ ଘଟିଯାଉଥିବା ଘଟଣାରେ ମୁଣ୍ଡ ପୂରାନ୍ତୁ ନାହିଁ । ନିର୍ମାଣାଧୀନ କାମ ଓ ଜମିଜମା ବିବାଦୀୟ ପରିସ୍ଥିତି ସ୍ଥଗିତ ରହିଯିବ।

ମୀନ- ପରିବାରରେ କିପରି ତିକ୍ତତା ନଆସେ ସେଥି ଉପରେ ନଜର ରଖିବା ଆବଶ୍ୟକ । ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସୁନ୍ଦର କରିବେ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ଧର‌୍ୟ୍ୟର ସହିତ ସବୁ କାର‌୍ୟ୍ୟକୁ ସମାଧାନ କରିପାରିବେ । ପ୍ରତିଷ୍ଠିତ ଲୋକଙ୍କ ସହିତ ସୁସଂପର୍କ ସ୍ଥାପନ ହେବ ।

Exit mobile version