Site icon ଆଜିକାଲି

୨୨ ଫେବୃଆରୀ ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଜମିଜମା କାରବାର, ନିର୍ମାଣ, ପ୍ରଶାସନ, ଗଣଯୋଗାଯୋଗ କ୍ଷେତ୍ରରେ ଉନ୍ନତ ଫଳ ପାଇବେ।

ବୃଷ- ଏକାଧିକ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ। ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ଅଳ୍ପ ପରିଶ୍ରମ କରି ଅଧିକ ଧନ ପାଇବାର ଆଶା ଦେଖାଦେବ ।

ମିଥୁନ-ପାରିବାରିକ ସ୍ତରରେ ଜିଦ୍ଖୋର ପ୍ରକୃତିରୁ ଅନର୍ଥ ସୃଷ୍ଟି ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ ।

କର୍କଟ- ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ନିଷ୍ପତି ମୂଳକ କାର‌୍ୟ୍ୟରେ ଆଗପଛ ହୋଇ ପାରନ୍ତି । ପୁରୁଣା ସମସ୍ୟା ତୁଟିଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ପ୍ରତିଯୋଗୀତା କ୍ଷେତ୍ରରେ ବିଜୟୀ ହେବେ ଓ କଚେରି ମାମଲା ସପକ୍ଷରେ ଯିବେ ।

ସିଂହ-ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ କାମ କରିବେ । ଶତ୍ରୁତା ମନୋଭାବ ପୋଷଣ କରି କର୍ମ କ୍ଷେତ୍ରରେ କେହି ପ୍ରତିବାଦର ସ୍ୱର ଉତ୍ତୋଳନ କରିପାରନ୍ତି । ମାଲିମକଦ୍ଦମାରେ ଜୟଯୁକ୍ତ ହେବେ । ମହିଳାମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ ।

କନ୍ୟା-ବନ୍ଧୁଙ୍କ ସାହାଯ୍ୟରେ କାମ ହାସଲ କରିବେ । ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ତାହା ସୁବିଧାରେ ପାଇଯିବେ । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ମାଲିମକନ୍ଦମାରେ ସାମାନ୍ୟ ସଫଳତା ମିଳିବ

ତୁଳା- ଇ୍ୟବସାୟରେ ଆଶା ଅନୁଯାୟୀ ଫଳ ମିଳିବ । ଆଇନ, ଅଦାଲତ ସଫଳତା ଯୋଗୁ ମନ ଖୁସି ରହିବ । ଛାତ୍ର ଛାତ୍ରୀ ମାନେ ପଢାରେ ମନଯୋଗ ରଖି ପାରିବେ ନାହିଁ । କଳା କ୍ଷେତ୍ରରେ ଥିବା ଲୋକ ମାନେ ଭଲ ପ୍ରଦର୍ଶନ କରିବେ ।

ବିଛା- ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ । ବ୍ୟବସାୟକୁ ଆଗକୁ ନେବାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ । ମାଲି ମକଦ୍ଦମା, ତର୍କବିତର୍କ, ସଭା ସମିତି, ସଙ୍ଗଠନ, କ୍ଷେତ୍ରରୁ ଶୁଭଫଳ ପାଇବେ । ରାଜନିତିରେ ଥିବା ବ୍ୟକ୍ତି ମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ ।

ଧନୁ- ପରିବାରରେ ପାରସ୍ପରିକ ବୁଝାମଣା ହେତୁ ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ବଢ଼ାଇ ଦେଇପାରନ୍ତି । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ସାଙ୍ଗଠନିକ କାର‌୍ୟ୍ୟରେ ଯୋଗଦାନ କରି ପାରନ୍ତି । ଆୟନ ଛାତ୍ରଙ୍କ ପାଇଁ ଦିନଟି ଭଲ ରହିବ ।

ମକର- ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ । ସଭାସମିତିରେ ଅପ୍ରିୟ ସତ କହି ସମାଲୋଚିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ସେମାନଙ୍କ ଶିକ୍ଷା ଉପରେ ଅଧିକ ଧ୍ୟାନ ଦେବେ ।

କୁମ୍ଭ- ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ । ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ମୀନ- କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ହୋଇ ପାରନ୍ତି । ବ୍ୟକ୍ତିମାନେ ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭକରି ଖୁସି ରହିବେ। ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।

Exit mobile version