Site icon ଆଜିକାଲି

୧୧ ଜାନୁଆରୀ ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ରାଜନୈତିକ ସମର୍ଥନ ପାଇବେ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।

ବୃଷ- କୈାଣସି ବିଶେଷ ଖବର ମିଳିବାର ଯୋଗ ଅଛି । ଡାକ୍ତରୀ ଛାତ୍ରୀ କିଛି ନୂଆ ଶିଖିବେ । ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଆପଣ କୈାଣସି ବିଷୟରେ ବଡ ନିଷ୍ପତି ନେଇପାରନ୍ତି । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ ।

ମିଥୁନ- ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ । ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ମିତ୍ର ଆପଣଙ୍କ ପ୍ରଶଂସା କରିଲେ ମଧ୍ୟ ସାବଧାନ ରୁହନ୍ତୁ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ । କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ । ପଡୋଶୀଙ୍କ ସହ ଲାଗିରହିଥିବା ବିବାଦ ଦୂର ହେବ ।

କର୍କଟ- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି । ନିଜ ଲୋକଙ୍କ ଠାରୁ ଶୁଭ ସମାଚାର ଶୁଣିବାକୁ ପାଇବେ । ବାକି କାମରେ ବନ୍ଧୁ ସାହାର‌୍ୟ୍ୟ କରିବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।

ସିଂହ- କର୍ମ କ୍ଷେତ୍ରରେ ବୁଦ୍ଧି ପୟୋଗ କରି କାର‌୍ୟ୍ୟ ହାସଲ କରିବେ । ପାରିବାରିକ ଜୀବନ ଶାନ୍ତିମୟ ହେବ । ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ କରିବେ । ଗୃହିଣୀ ମାନେ କର୍ତବ୍ୟପରିୟଣ ରହିବେ । ପଢାପଢି ଓ ପରୀକ୍ଷାରେ ସଫଳତା ପାଇବେ । ସନ୍ତାନଙ୍କ ଭବିଷ୍ୟତ ପାଇଁ ଚିନ୍ତା କରିପାରନ୍ତି ।

କନ୍ୟା- ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ବନ୍ଧୁଙ୍କ ସହିତ ମିଶି ଏକତ୍ର ଭୋଜନ କରିବେ । ବାପା ମାଆଙ୍କ ସହ ସମ୍ପର୍କ ଭଲ ରହିବ । ଛାତ୍ରଛାତ୍ରୀ ମାନେ ଉତମ ଫଳ ପ୍ରଦର୍ଶନ କରିବେ । ରାଜନିତିରେ ନିଜକୁ ଦୃଢ ରଖିବେ ।

ତୁଳା- ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିବ । ଆପଣଙ୍କର ଧ୍ୟାନ ଅଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ । ଭାବିଚିନ୍ତି ଜମିରେ ନିବେଶ କରନ୍ତୁ । ମହିଳା ମାନଙ୍କର କାମରେ ଉତ୍ସାହ ବଢିବ । ଆପଣଙ୍କ ମସ୍ତିସ୍କରେ ନୂଆ ନୂଆ ଚିନ୍ତାରେ ରହିବ ।

ବିଛା- ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କୈାଣସି କାମ ତରବରିଆ ଭାବେ କରନ୍ତୁ ନାହିଁ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ସରକାରୀ ଚାକିରିଆଙ୍କର ମନ ପସନ୍ଦ ଜାଗାକୁ ବଦଳି ହେବ ।

ଧନୁ- ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ପ୍ରିୟତମଙ୍କ ସହିତ ସମ୍ବନ୍ଧ ଭଲ ରହିବ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ପ୍ରଭାବଶାଳୀ ଲୋକଙ୍କ ସହଯୋଗରେ ଆପଣଙ୍କର ଉତ୍ସାହ ଦ୍ୱିଗୁଣ ହେବ । ମନରେ ଦୁଶ୍ଚିନ୍ତା ବଢିବ

ମକର- ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅଫିସ୍ରେ ଆପଣଙ୍କୁ ଅଧିକ ସମୟ କାମ କରିବାକୁ ପଡିବ ।ରାଜନିତିରେ ସହଯୋଗ ମିଳିବ । ଅଧିକ ଚିନ୍ତା କରିଲେ ମାନସିକ ଶାନ୍ତି ଭଙ୍ଗ ହେବ । ପାଠ ପଢାରେ ପରିଶ୍ରମ କରିବାକୁ ପଡିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳ ହେବେ ।

କୁମ୍ଭ- କାର‌୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ , ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ । ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ । ଅଦାଲତରେ ଜୟଯୁକ୍ତ ହେବେ ।ଆପଣଙ୍କ କାମରେ ଜୀବନ ସାଥି ପ୍ରଂଶନ ରହିବେ । ମହିଳା ମାନେ ଖାଦ୍ୟ ପ୍ରିୟ ରହିବେ । କର୍ମଜୀବି ମାନେ ଅତ୍ୟନ୍ତ ସଫଳତା ପାଇବେ

ମୀନ- ବିବାହ ଆଦି ଶୁଭ କାର‌୍ୟ୍ୟରେ ଯୋଗ ଦେଇ ମନ ଖୁସି ରହିବ ।ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ । ଭାଗିଦାରି ବ୍ୟବସାୟୀ ଦ୍ୱାରା କିଛି ମାତ୍ରାରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ବିଫଳ ହେବ । ରାଜନିତିରେ ଲୋକଙ୍କ ପ୍ରିୟ ରହିବେ । ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ ।

Exit mobile version