Site icon ଆଜିକାଲି

୨୮ ମାର୍ଚ୍ଚ ଗୁରୁବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- କର୍ମକ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ସାମାଜିକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।

ବୃଷ- ଧୈର୍ଯ୍ୟହରା ନ ହୋଇ କାର‌୍ୟ୍ୟ କଲେ ଉପକୃତ ହେବେ । ଅର୍ଥ, ଜମିଜମା, ପ୍ରଭୃତି ମଧ୍ୟମ ପ୍ରକାରର ରହିବ । ଭଲ କାରବାର ହେତୁ ଆତ୍ମସନ୍ତୋଷ ମିଳିପାରେ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ ।

ମିଥୁନ- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପରାମର୍ଶକୁ ଗ୍ରହଣ କରିବେ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ । ପ୍ରଶାସନିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ । ଗୃହ ନିର୍ମାଣ, ଯାନ ମରାମତିରୁ ଖୁସି ରହିବେ । କାର୍ଯ୍ୟକୁଶଳତା ହେତୁ ମାନସିକ ସ୍ଥିତି ଭଲ ରହିବ ।

କର୍କଟ- ସ୍ୱାସ୍ଥ୍ୟ ଭଲ ରହିବ ଓ ଅର୍ଥ, ସମ୍ମାନ ପାଇବେ । କର୍ମକ୍ଷେତ୍ରରେ କେତେକ ବିବାଦୀୟ ଚିନ୍ତାଧାରା ମନକୁ ବ୍ୟସ୍ତବିବ୍ରତ କରିପାରେ । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।

ସିଂହ- ପାରିବାରିକ ସ୍ଥିତି, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ । କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଘେରରେ ପଡ଼ିପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି । ଭୁଲ୍ ଅର୍ଥ ସମ୍ପର୍କିତ ଆଲୋଚନାରେ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି ।

କନ୍ୟା- ପୁରାଣ ପଠନ ସାଙ୍ଗକୁ ଧର୍ମକାର‌୍ୟ୍ୟରେ ନିଜକୁ ନିୟୋଜିତ କରିବେ । ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ । ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ ।

ତୁଳା- ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ ମନ ଭଲ ଲାଗିବ ନାହିଁ । ଯେ କୌଣସି କାମ ହେଉନା କାହିଁକି ଆପଣ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ନିଜ ମନ ପସନ୍ଦର ଜିନିଷ କିଣିବା ସକାଶେ ମନ ବଳାଇବେ।

ବିଛା- କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ସମସ୍ୟାକୁ ଅଣ ଦେଖା କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ନାନା ସମସ୍ୟା ବଢିପାରେ । ବ୍ୟକ୍ତିଗତ ଆର୍ଥିକ ସନ୍ତୁଳନ ବଜାୟ ରଖିବା ପାଇଁ ବିଶେଷ ପରିଶ୍ରମ କରିବାକୁ ପଡ଼ିବ ।

ଧନୁ- ପ୍ରେମ ସମ୍ପର୍କକୁ ବଢାଇବା ସହିତ ଦାମ୍ପତ୍ୟ ଜୀବରେ ସୁଧାର ଆଣିବେ । ବ୍ୟବସାୟ ଅଗ୍ରଗତି କରିବା ପାଇଁ ସାହାଯ୍ୟକାରୀ ଲୋକମାନେ ସହାୟତା କରିବେ । ଶିକ୍ଷାର୍ଥୀ ମାନେ ପଥ ଭ୍ରଷ୍ଟ ହୋଇ ପାରନ୍ତି । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ଇଲୋକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି ।

ମକର- ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । ଦୃଢ଼ ମନୋବଳ ଓ କାର‌୍ୟ୍ୟଦକ୍ଷତା କର୍ମକ୍ଷେତ୍ରରେ ଲୋକପ୍ରିୟତା ସୃଷ୍ଟି କରିବ ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ପିଲାମାନେ ତାଙ୍କ କ୍ୟାରିୟର ପାଇଁ ମହତ୍ୱପୂର୍ଣ୍ଣ ନିଷ୍ପତି ନେଇପାରନ୍ତି । ଭାବପ୍ରବଣତାବଶତଃ ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ।

କୁମ୍ଭ- ଦେହ ଭଲ ରହିଲେ ମଧ୍ୟ ମୁଣ୍ଡ ରୋଗରେ କଷ୍ଟ ପାଇବେ । ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ । ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ।

ମୀନ- ପରିବାର ଓ ପ୍ରତ୍ୟେକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇ ପାରନ୍ତି । ସମସ୍ୟା ରହିଥିଲେ ମଧ୍ୟ କାମ ହାସଲ ପାଇଁ ପ୍ରତିବନ୍ଧକ ସାଜିବ ନାହିଁ। ମାଲିମକଦ୍ଦମାରେ ବିଜୟ ଓ ଶତ୍ରୁଙ୍କୁ ପରାସ୍ତ କରିବାରେ ସହାୟକ ହେବେ ।

Exit mobile version