Site icon ଆଜିକାଲି

ଆଜି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧,୧୩୪ କୋଭିଡ୍‌ ସଂକ୍ରମିତ

ନୂଆଦିଲ୍ଲୀ : ଦେଶରେ ବୁଧବାର ସକାଳ ୮ଟା ସୁଦ୍ଧା ଗତ ୨୪ ଘଣ୍ଟା ମଧ୍ୟରେ ୧,୧୩୪ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧,୧୩୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୯୮,୧୧୮ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୫ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୧୩କୁ ବୃଦ୍ଧି ପାଇଛି। ସେଥିରୁ ଛତିଶଗଡ଼, ଦିଲ୍ଲୀ, ଗୁଜରାଟ ଏବଂ ମହାରାଷ୍ଟ୍ରରେ ଗୋଟିଏ ଲେଖାଏଁ ମୃତ୍ୟୁ ରିପୋର୍ଟ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ଗୋଟିଏ ମୃତ୍ୟୁ ସାମିଲ କରିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୬୦,୨୭୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୯% ରହିଛି। ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୦୨୬କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୨%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତ ବୁଧବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୫,୨୧,୧୮୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୦୩,୮୩୧ଟି ନମୁନା।

Exit mobile version