ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ । ଏହାର ପ୍ରଭାବରେ ଉପକୂଳ, ଉତ୍ତର-ପୂର୍ବ ଓ ଆଭ୍ୟନ୍ତରଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ୫ଜିଲ୍ଲାରେ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।
ସେହିପରି ସୋମବାର ବରଗଡ଼, ସୋନପୁର, ବଲାଙ୍ଗିର, ଅନୁଗୁଳ, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷିବ । ୩ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ୭୦ରୁ ୧୦୦ମିମି ବର୍ଷା ହେବାର ଆକଳନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।