Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି, ୪ଘଣ୍ଟା ଦର୍ଶନ ମନା

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି । ବୁଧବାର ସନ୍ଧ୍ୟାରେ ୪ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ମନା । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏହି ବିଶେଷ ନୀତି ପାଇଁ ଭକ୍ତମାନେ ସନ୍ଧ୍ୟା ୬ଟାରୁ ରାତି ୧୦ ଟା ପର୍ଯ୍ୟନ୍ତ ଶ୍ରୀବିଗ୍ରହଙ୍କ ଦର୍ଶନ କରି ପାରିବେ ନାହିଁ ।

ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ। ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ। ସେହି ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ନୀତି ସମୟ ଧାର୍ଯ୍ୟ ହେବ ।

Exit mobile version