Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ଯାଏଁ ବନ୍ଦ ରହିବ ଦର୍ଶନ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ ଦତ୍ତମହାପାତ୍ର ସେବକ । ଏହି ବିଶେଷ ନୀତି ପାଇଁ ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ଏହି ୪ ଘଣ୍ଟା ଭକ୍ତ ମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ନାହିଁ ।

ମହାପ୍ରଭୁଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତି ହେବ। ଅପରାହ୍ନରେ ଦ୍ବିତୀୟ ଭୋଗ ମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଦତ୍ତ ମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ଲାଗି ଗର୍ଭଗୃହକୁ ପ୍ରବେଶ କରିବେ । ବନକଲାଗି ପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର, କଇଥ ଅଠା, କସ୍ତୁରୀ ଓ କଳା ଆଦି ବ୍ୟବହାର କରାଯିବ । ଏହାଦ୍ବାରା ଶ୍ରୀଅଙ୍ଗର ଶ୍ରୀବୃଦ୍ଧି ଘଟିଥାଏ ।

Exit mobile version