Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ପବିତ୍ର ଦଶହରା ବା ବିଜୟାଦଶମୀ ଅନୁଷ୍ଠିତ ହେଉଛି । ଏହି ଅବସରରେ ମହାପ୍ରଭୁ ସୁନାବେଶରେ ସଜ୍ଜିତ ହେବେ। ଶ୍ରୀମନ୍ଦିରରେ ଅବକାଶ ନିତି ପରେ ମହଣ ମହଣ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୁଷିତ ହୋଇ ମହାପ୍ରଭୁ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ନୂଆଲୁଗା ଲାଗି ପରେ କିରିଟି, ଚୂଳ,ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ହରିଡା ମାଳ ଓ ତବିଜ ମାଳ ଆଦି ସ୍ଵର୍ଣ୍ଣ ଅଳଙ୍କାରରେ ଶ୍ରୀଜୀଉଙ୍କୁ ବିଭୂଷିତ କରାଯିବ।

ହେଲେ ମହାପ୍ରଭୁ ଆୟୁଧ ହସ୍ତରେ ଧରି ନଥାନ୍ତି । ସକାଳ ଧୂପ ନୀତି ଶେଷ ହେବାପରେ ଚକ୍ର ମାଜଣା ହେବା ସହ ଆୟୁଧ ପୂଜା ହୋଇଥାଏ। ତାପରେ ଭିତର ବେଢ଼ା ପରିକ୍ରମା ପରେ ମହାପ୍ରଭୁ ଆୟୁଧ ହସ୍ତରେ ଧାରଣ କରିଥାନ୍ତି। ସେପଟେ ଶ୍ରୀଜିୟୁ ଆୟୁଧ ଧାରଣ କରିବା ପରେ ମଙ୍ଗଳାର୍ପଣ ନୀତି ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁଙ୍କ ଠାରୁ ଦୁର୍ଗାମାଧବ, ଶ୍ରୀମଦନମୋହନ ଓ ଶ୍ରୀରାମକୃଷ୍ଣ ଆଜ୍ଞାମାଳ ପାଇ ବିମାନ ଓ ପାଲିଙ୍କିରେ ବିଜେ କରି ଜଗନ୍ନାଥବଲ୍ଲଭ ଦଶହରା ପଦାକୁ ବିଜେ କରିଥାନ୍ତି। ସେଠାରେ ବନ୍ଦାପନା,ପ୍ରସାଦଲାଗି ଓ ରାଜନିତି ସମ୍ପର୍ଣ୍ଣ ହେବା ପରେ ମହାପ୍ରଭୁ ମତ୍ସ୍ୟ ଶିକାର କରି ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି।

Exit mobile version