Site icon ଆଜିକାଲି

ଆଜି ଶିଶୁ ଦିବସ : ମନେ ପଡ଼ନ୍ତି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁ

ଆଜି ହେଉଛି ନଭେମ୍ବର ୧୪ ଅର୍ଥାତ ଶିଶୁ ଦିବସ। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜୟନ୍ତୀ। ସେ ଶିଶୁମାନଙ୍କୁ ଖୁବ୍ ଭଲ ପାଉଥିବାରୁ ତାଙ୍କ ଜନ୍ମଦିନକୁ ଦେଶବ୍ୟାପୀ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ନେହରୁଙ୍କ ଜନ୍ମ ୧୮୮୯ ମସିହାରେ ଆଲ୍ଲାବାଦରେ ହୋଇଥିଲା । ନେହେରୁଙ୍କ ଛୋଟ ପିଲାଙ୍କ ପ୍ରତି ବହୁତ ଭଲପାଇବା, ସ୍ନେହ ଓ ଶ୍ରଦ୍ଧା ଥିଲା, ଯେଉଁଥିପାଇଁ ପ୍ରତିବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁ ଦିବସ ରୂପେ ପାଳନ କରାଯାଏ । ସେ ଦେଶର ଭବିଷ୍ୟତକୁ ଶିଶୁମାନଙ୍କ ଆଖିରେ ଦେଖୁଥିଲେ। ନେହେରୁଙ୍କୁ ସମସ୍ତେ ଶ୍ରଦ୍ଧାରେ ଚାଚା ନେହେରୁ ଓ ଚାଚାଜୀ ବୋଲି ସମ୍ବୋଧନ କରୁଥିଲେ । ନେହେରୁ ଜଣେ ଏଭଳି ମଣିଷ ଥିଲେ ତାଙ୍କୁ ସମସ୍ତେ ଭଲପାଉଥିଲେ ଆଉ ସେ ପିଲାମାନଙ୍କୁ ବହୁତ ସ୍ନେହ, ଆଦର କରୁଥିଲେ ଏବଂ ସଦଗତିରେ ଯିବା ପାଇଁ ପରାମର୍ଶ ମଧ୍ୟ ଦେଉଥିଲେ । ତେଣୁ ନେହେରୁଙ୍କ ଜନ୍ମଦିନକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି।

ଏନେଇ ଦେଶର କୋଣଅନୁକୋଣରେ , ପଲ୍ଲୀ ଠୁ ଦିଲ୍ଲୀ ସବୁଠି ଶିଶୁଦିବସକୁ ଆନନ୍ଦର ସହ ପାଳନ କରାଯାଉଛି । ଶିଶୁଙ୍କ ଅଧିକାର, ଦାୟିତ୍ୱ ଓ ଶିକ୍ଷା ବିଷୟରେ ସଚେତନ କରିବା ଉଦ୍ଦେଶ୍ୟରେ ସାର ଦେଶ ପାଳୁଛି ଏହି ମହାନ ଦିବସ । ଆଜିର ଶିଶୁ ଆସନ୍ତାକାଲିର ନାଗରିକ । ଦେଶ ନିର୍ମାଣରେ ଶିଶୁର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହୁଛି । ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ନେହେରୁ । ଛୋଟ ପିଲାଙ୍କୁ ଆଦରକରୁଥିବା, ସ୍ନେହ କରୁଥିବା ମହାନ ବ୍ୟକ୍ତି ହେଉଛନ୍ତି ଚାଚା ନେହେରୁ । ଫୁଲ ଭଳି ଛୋଟ ପିଲାଙ୍କ ସ୍ନେହ କରୁଥିଲେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ନେହେରୁ । ପ୍ରତି ମୁହୁର୍ତ୍ତରେ ତାଙ୍କ କଥା ଚିନ୍ତା କରୁଥିଲେ । ଦେଶର ଗୌରବ , ଦେଶ ନିର୍ମାଣରେ ତାଙ୍କ ଭୂମିକା ଓ ଅଙ୍ଗୀକାରବଦ୍ଧତାକୁ ବୁଝିଥିଲେ ସିଏ ।

Exit mobile version