Site icon ଆଜିକାଲି

ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କର ଜନ୍ମଦିନ | ୧୯୫୮ ମସିହା ଆଜିର ଦିନରେ ମୟୂରଭଞ୍ଜ ଜିଲ୍ଲାର ଉପରବେଡା ଗ୍ରାମରେ ଜନ୍ମ ନେଇଥିଲେ ଦ୍ରୌପଦୀ ମୁର୍ମୁ। ଜନ୍ମଦିନ ଅବସରରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ନେତା ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଲେଖିଛନ୍ତି ଯେ, ତାଙ୍କର ସମର୍ପଣ ଆମ ସମସ୍ତଙ୍କୁ ପ୍ରେରଣା ଦିଏ | ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜ୍ଞାନ, ଗାରିମା ଓ ଆମ ଲୋକଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧତାର ଏକ କିରଣ | ଦେଶର ପ୍ରଗତିକୁ ଆଗକୁ ବଢାଇବାକୁ ତାଙ୍କ ପ୍ରୟାସକୁ ସେ ପ୍ରଶଂସା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିବା ସହ ତାଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।

Exit mobile version