Site icon ଆଜିକାଲି

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମ ଦିନ।

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ ତମ ଜନ୍ମ ଦିନ। ୧୯୫୦ ମସିହା ସେପ୍ଟେମ୍ବର ୧୭ ତାରିଖରେ ଜନ୍ମ ଗ୍ରହଣ କରିଥିଲେ ମୋଦି । ଅଣକଂଗ୍ରେସ ପ୍ରଧାନମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ କାର୍ଯ୍ୟ କରିବାରେ ମୋଦି ହେଉଛନ୍ତି ପ୍ରଥମ ।

୨୦୦୧ରୁ ୨୦୧୪ ଯାଏ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଲମ୍ବା ସମୟ ଯାଏ ସେ କାର୍ଯ୍ୟ କରିଛନ୍ତି । ୫ ଦଶନ୍ଧିର ରାଜନୈତିକ ଜୀବନ ମଧ୍ୟରେ ଅନେକ ଉତ୍‌ଥାନ ପତନ ଦେଖିଛନ୍ତି ମୋଦି। ସ୍ୱାଧୀନ ଭାରତରେ ଜନ୍ମଗ୍ରହଣ କରିଥିବା ପ୍ରଥମ ପ୍ରଧାନମନ୍ତ୍ରୀ ହେବା ସହ ସେ ପ୍ରଥମ ବିଜେପି ନେତା ଯାହାଙ୍କ ନେତୃତ୍ୱରେ ୨୦୧୪ ଏବଂ ୨୦୧୯ରେ ଦଳ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରି ସରକାରରେ ବସିଛନ୍ତି । ବର୍ତ୍ତମାନ ପ୍ରାୟ ସାଢ଼େ ୯ ବର୍ଷ ହେଲା ମୋଦୀ ପ୍ରଧାନମନ୍ତ୍ରୀ ଅଛନ୍ତି। ଆସନ୍ତାବର୍ଷ ତାଙ୍କର ଦ୍ବିତୀୟ ପାଳିର ଅବଧି ପୂର୍ଣ୍ଣ ହେବାକୁ ଯାଉଛି।

Exit mobile version