Site icon ଆଜିକାଲି

ଆଜି ପ୍ରଧାନମନ୍ତ୍ରୀଙ୍କ ଚଳିତ ବର୍ଷର ଶେଷ ମନ କି ବାତ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀଙ୍କ ଚଳିତ ବର୍ଷର ଶେଷ ମନ କି ବାତ କାର୍ଯ୍ୟକ୍ରମ । ରବିବାର ଦିନ ୧୧ଟାରେ ପ୍ରସାରଣ ହେବ ମନ କି ବାତର ୧୦୮ ତମ ସଂସ୍କରଣ । ରେଡିଓ ମାଧ୍ୟମରେ ଦେଶବାସୀଙ୍କ ସହ ଭାବ ବିନିମୟ କରିବେ ବିଏମ୍‌ ମୋଦି । ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ମତ ରଖିବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ଦେଶର ବିଭିନ୍ନ ସ୍ଥାନରେ ବ୍ୟାପକ ଆୟୋଜନ କରାଯାଇଛି ।

ପ୍ରତି ମାସ ଶେଷ ରବିବାରରେ ଦେଶବାସୀଙ୍କୁ ମନର କଥା କହିଥାନ୍ତି ପ୍ରଧାନମନ୍ତ୍ରୀ । ଯେଉଁଥିରେ କିଛି ସଫଳ ବ୍ୟକ୍ତିଙ୍କ ସଂଘର୍ଷର କଥା ଓ ସଫଳତାର କାହାଣୀ ସହ ଏତିହ୍ୟ ଓ ନୂଆ ଭାରତ ସମ୍ପର୍କରେ ନିଜର ଭାବ ପ୍ରକାଶ କରିଥାନ୍ତି । ଏହି କାର୍ଯ୍ୟକ୍ରମରେ ଅନେକ ଥର ପ୍ରଧାନମନ୍ତ୍ରୀ ଓଡ଼ିଶାର ଅନେକ ସଫଳ ବ୍ୟକ୍ତିଙ୍କ କଥା ଓ କାହାଣୀକୁ ଦେଶବାସୀଙ୍କୁ କହିଛନ୍ତି । ୨୦୧୪ରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଗତ ଏପ୍ରିଲରେ ମନ କି ବାତର ଶହେତମ ଏପିସୋଡ ପ୍ରସାରଣ ହୋଇଥିଲା ।

Exit mobile version