Site icon ଆଜିକାଲି

ଆଜି ପ୍ରତିନିଧି ସ୍ତରୀୟ ଆଲୋଚନାର ଦ୍ୱିତୀୟ ଦିନ

ଭୁବନେଶ୍ୱର : ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକରେ ଆଜି ପ୍ରତିନିଧି ସ୍ତରୀୟ ଆଲୋଚନାର ଦ୍ୱିତୀୟ ଦିନ । ବୈଠକରେ ଜି-୨୦ ସଦସ୍ୟ ରାଷ୍ଟ୍ର ସମେତ ୨୭ଟି ନିମନ୍ତ୍ରିତ ରାଷ୍ଟ୍ର, ବିଭିନ୍ନ ଅନ୍ତର୍ଜାତୀୟ ସଂଗଠନ, ୟୁନିସେଫ, ୟୁନେସ୍କୋ ଏବଂ ଆର୍ଥିକ ସହଯୋଗ ଓ ବିକାଶ ସଂଗଠନ ବା ଓଇସିଡିର ୬୦ରୁ ଅଧିକ ପ୍ରତିନିଧି ଏଥିରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି ।

ଏହାସହ କେନ୍ଦ୍ରଶିକ୍ଷା ମନ୍ତ୍ରଣାଳୟ ଅଧୀନ ଉଚ୍ଚଶିକ୍ଷା ବିଭାଗ ସଚିବ ଶ୍ରୀ କେ. ସଞ୍ଜୟ ମୂର୍ତ୍ତି, ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ସଚିବ ଶ୍ରୀ ସଞ୍ଜୟ କୁମାର ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ସଚିବ ଶ୍ରୀ ଅତୁଲ ତିୱାରୀଙ୍କ ସମେତ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହିବେ ।

Exit mobile version