ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଆଜି ଭାଦ୍ରବ କୃଷ୍ଣ ଦ୍ଵାଦଶୀ ତିଥିରେ ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ପରେ ଶ୍ରୀ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ପ୍ରଭୁ ବଳଭଦ୍ର ଦେବଙ୍କର ଏକ ହସ୍ତରେ ହଳ ଓ ଅନ୍ୟ ହାତରେ ମୂଷଳ ଶୋଭାପାଏ ।
ପ୍ରୟ ୪ ଫୁଟ ଉଚ୍ଚତାର ଏକ କାଷ୍ଠ ନିର୍ମିତ ପ୍ରଳମ୍ବାସୁର ମୂର୍ତ୍ତି ରତ୍ନସିଂହାସନସ୍ଥ ବଳଭଦ୍ର ଦେବଙ୍କ ନିମ୍ନ ଭାଗରେ ରଖାଯାଏ । ଅସୁରର ସ୍କନ୍ଧ ଏବଂ ଭୁଜରେ ବଳଭଦ୍ର ବସିଥିବା ଭଳି ଦୃଶ୍ଯ ବେଶରେ ସ୍ପଷ୍ଟ ହୁଏ । ଏହି ବେଶ ମଧ୍ୟାହ୍ନଧୂପ ପରେ ଅନୁଷ୍ଠିତ ହୋଇ ସନ୍ଧ୍ୟାଧୂପ ସରିବାଯାଏଁ ରହିଥାଏ ।