Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି ।

ଦତମହାପାତ୍ର ସେବକ ମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ବୁଧବାର ଅପରାହ୍ନ ୫ ଟାରୁ ରାତି ୯ ଟା ପର‌୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Exit mobile version