Site icon ଆଜିକାଲି

ଆଜି ଶ୍ରୀଜିଉଙ୍କ ହେବ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଂଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏଥିପାଇଁ ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ।

ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ଏଥିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡ଼ୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କ ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱାଭାବିକ ଚାଲିବ ।

Exit mobile version