Site icon ଆଜିକାଲି

ଆଜି ଶ୍ରୀମନ୍ଦିରରେ ଲକ୍ଷ୍ମୀନୃସିଂହ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଆଜି ପବିତ୍ର କାର୍ତ୍ତିକ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତିଥି । ପଞ୍ଚୁକର ଚତୁର୍ଥ ଦିବସରେ ଆଜି ଆଜି ହେଉଛି କାର୍ତ୍ତିକ ମାସ ପଞ୍ଚକର ଚତୁର୍ଦ୍ଦଶୀ । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ଚିତାକର୍ଷକ ଡାଳିକିଆ ବା ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ଇନ୍ଦ୍ରଦ୍ୟୁମ୍ନ ମହାରାଜା ଯେତେବେଳେ ରତ୍ନସିଂହାସନ ଉପରେ ପ୍ରଥମେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଦର୍ଶନ କରିବାକୁ ଯାଇଥିଲେ ସେତେବେଳେ ମହାପ୍ରଭୁ ତାଙ୍କୁ ନୃସିଂହ ବେଶରେ ଦର୍ଶନ ଦେଇଥିଲେ ବୋଲି ସ୍କନ୍ଧ ପୁରାଣରେ ଉଲ୍ଲେଖ ରହିଛି । ତେଣୁ ସେହି ସ୍ମୃତିରେ କାର୍ତ୍ତିକ ମାସର ଏହି ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନୃସିହଂ ବେଶ ଅନୁଷ୍ଠିତ ହୋଇଥାଏ ।

ଏହି ବେଶରେ ମହାପ୍ରଭୁ ମସ୍ତକରେ ସ୍ୱର୍ଣ୍ଣ ଖଚିତ କିଆରେ ସୁସଜ୍ଜିତ ହୋଇଛନ୍ତି । ଶ୍ରୀମନ୍ଦିରରେ ନୀତି ସରିବା ପରେ ସିଂହାରୀ ସେବକମାନେ ମହାପ୍ରଭୁଙ୍କୁ ଏହି ବେଶରେ ଶୃଙ୍ଗାର କରିଥାନ୍ତି । ମହାପ୍ରଭୁଙ୍କର ଏହି ବେଶ ଦର୍ଶନ କରିବାକୁ ହଜାର ହଜାର ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି । ଭୋରରୁ ଦ୍ୱାର ଫିଟିବା ପରେ ନୀତି ଆଗକୁ ଆଗକୁ ବଢ଼ି ଚାଲିଛି । ଲକ୍ଷ୍ମୀ ନୃସିଂହ ବେଶରେ ମଧ୍ୟ ମହାପ୍ରଭୁ ମହଣ ମହଣ ସୁବର୍ଣ୍ଣ ଆଭୁଷଣ ପରିଧାନ କରିଥାନ୍ତି । ଏହି ବେଶରେ ମହାପ୍ରଭୁ ସୁବର୍ଣ୍ଣର ଶ୍ରୀଭୁଜ, ଶ୍ରୀପୟର ଏବଂ ଚକ୍ର ସହ ରୌପ୍ୟର ଶଙ୍ଖ ଧାରଣ କରିଥାନ୍ତି । ପ୍ରଭୁ ବଳଭଦ୍ର ମଧ୍ୟ ସୁବର୍ଣ୍ଣର ଶ୍ରଭୁଜ, ଶ୍ରୀପୟର ଏବଂ ହଳମୃସଳ ଧାରଣ କରିଥାନ୍ତି । ସେହିପରି ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପ୍ରଭୁ ବଳଭଦ୍ର ମସ୍ତକରେ ଯେଉଁ ଚୂଳ ଧାରଣ କରିଥାନ୍ତି ସେଥିରେ ସୁବର୍ଣ୍ଣର କିଆ ଗୁଡ଼ିକ ଆଡ଼ ବାଗିଆ ଲଗାଯାଇଥାଏ । ତେଣୁ ଏହି ବେଶକୁ ଡ଼ାଳିକିଆ ବେଶ ମଧ୍ୟ କୁହାଯାଏ । ତେବେ ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଥିବାବେଳେ ଚନ୍ଦ୍ରଗ୍ରହଣ ଲାଗୁଛି । ହେଲେ ମଙ୍ଗଳବାର ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଦର୍ଶନ ପାଇଁ କଟକଣା ରହିଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ନୀତି କାନ୍ତି ଚୁଡାନ୍ତ ହୋଇଥିବା ବେଳେ ଭକ୍ତମାନେ ଏହି ଦୁର୍ଲଭ ସୁନାବେଶ ଦର୍ଶନରୁ ବଞ୍ଚିତ ହେବା ସମ୍ଭାବନା ରହିଛି । ସେପଟେ ଲକ୍ଷାଧିକ ଭକ୍ତଙ୍କ ସମାଗନ ଦୃଷ୍ଟିରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯିବ ।

Exit mobile version