Site icon ଆଜିକାଲି

ଆଜି ଆମ ଓଡ଼ିଶା, ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ । ମଙ୍ଗଳବାର ଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଯୋଜନାର ଶୁଭାରମ୍ଭ କରିବେ । ଭିଡିଓ କନଫରେନ୍ସିଂ ମାଧ୍ୟମରେ ପଞ୍ଚାୟତ ସ୍ତରରେ ଥିବା ଜନପ୍ରତିନିଧିଙ୍କ ସହ ସିଧାସଳଖ କଥା ହେବେ ମୁଖ୍ୟମନ୍ତ୍ରୀ । ଏହି ଯୋଜନା ମାଧ୍ୟମରେ ବଦଳିବ ଗାଁର ଚିତ୍ର । ପ୍ରତି ଗାଁରେ ଥିବା ଐତିହ୍ୟର ପ୍ରତିଛବି ବଦଳିବ । ଏହା ସହିତ ପଞ୍ଚାୟତ ସ୍ତରରେ ବିଭିନ୍ନ ପ୍ରକଳ୍ପରୁ ଅନୁମୋଦନ ଦେବେ ନବୀନ । ପ୍ରଥମ ପର୍ଯ୍ୟାୟରେ କେନ୍ଦୁଝର ଓ ଭଦ୍ରକ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ହେବ । ଏଥିପାଇଁ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ ।

‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ପ୍ରଥମେ ଏହି ଦୁଇଟି ଜିଲ୍ଲାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ହେବ । କେନ୍ଦୁଝର ଜିଲ୍ଲାରେ ୧୪୮ କୋଟି ୫୦ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫୬୮ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ । ସେହିଭଳି ଭଦ୍ରକ ଜିଲ୍ଲାର ବିଭିନ୍ନ ପଞ୍ଚାୟତ ପାଇଁ ମୋଟ୍ ୩ ହଜାର ୩୩୭ଟି ଉନ୍ନୟନମୂଳକ ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଏଥିପାଇଁ ୧୦୯ କୋଟି ଟଙ୍କା ମଞ୍ଜୁରୀ ପ୍ରଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ଅନ୍ୟ ଜିଲ୍ଲା ପାଇଁ ମଧ୍ୟ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ ।

Exit mobile version