Site icon ଆଜିକାଲି

ଆଜି ରଥଖଳାରେ ରଥ କାଠର ପୂଜାର୍ଚ୍ଚନା

ପୁରୀ : ଆଜି ପବିତ୍ର ଶ୍ରୀପଞ୍ଚମୀ। ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଆଜିର ତିଥିରେ ରଥ କାଠକୁ ପୂଜାର୍ଚ୍ଚନା କରାଯିବ । ଏଥିପାଇଁ ନୟାଗଡ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଖାଯାଇ ଆଜି ସନ୍ଧ୍ୟାରେ ପୂଜାପାଠ କରାଯିବ।

ପରମ୍ପରା ଅନୁସାରେ ରାଜପୁରୋହିତ ଓ ଶ୍ରୋତୀୟ ବ୍ରାହ୍ମଣଙ୍କ ଦ୍ବାରା ମା ସରସ୍ବତୀଙ୍କ ନିକଟରେ ସ୍ବତନ୍ତ୍ର ପୂଜା କରାଯାଇଥାଏ। ଏହା ପରେ ରଥଖଳାରେ ତିନିଖଣ୍ଡ ଧଉରା କାଠକୁ ରାଜଗୁରୁ ଓ ବ୍ରାହ୍ମଣ ମାନେ ବନ୍ଦାପନା ସହିତ ପୂଜା କରିଥାନ୍ତି। ଚଳିତବର୍ଷ ରଥଯାତ୍ରା କିଭଳି ଶାନ୍ତି ଶୃଙ୍ଖଳାର ସହିତ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯିବ।

Exit mobile version