Site icon ଆଜିକାଲି

ପିକନିକ୍‌ ସାରି ଫେରୁଥିବା ବେଳେ ଅଘଟଣ: ଟ୍ରଲରକୁ ପିଟିଲା ଟ୍ରାଭେଲର, ଜଣେ ମୃତ

ନୟାଗଡ଼ : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରଲରକୁ ପଛରୁ ଧକ୍କା ଦେଲା ଭ୍ୟାନ୍‌ । ଫଳରେ ଦୁର୍ଘଟଣାରେ ଦୁଇ ଗାଡ଼ି ମଝିରେ ଚାପି ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଘଟଣା ସ୍ଥଳରେ ଦଶପଲ୍ଲା ଅଗ୍ନିଶମ ବାହିନୀ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ଦଶପଲ୍ଲା ଡାକ୍ତରଖାନାକୁ ଭର୍ତ୍ତି କରାଯାଇଥିବାବେଳେ ଜଣକୁ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି।

ସୂଚନା ଅନୁସାରେ ଦାରିଙ୍ଗିବାଡିରୁ ପିକନିକ୍‌ ସାରି ଏକ ଭ୍ୟାନରେ ଅଠଗଡ଼ ନିଜ ଘରକୁ ଫେରୁଥିଲେ। ଟାକେରା ଛକ ନିକଟରେ ଏକ ଟ୍ରଲର ରାସ୍ତାଗଡ଼ରେ ଠିଆ ହୋଇଥିଲା। ଆଜି ରାତି ୩ ଟା ସମୟରେ ଭ୍ୟାନ୍‌ଟି ଭାରସାମ୍ୟ ହରାଇ ଟ୍ରଲରକୁ ପଛରୁ ଧକ୍କା ଦେଇଥିଲା। ଏଥିରେ ଜଣେ ମୃତ ଓ ୪ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଦୁଇ ଗାଡ଼ି ମଝିରେ ରହିଥିବା ଯୁବକଙ୍କୁ କଟର ସହାଯ୍ୟରେ କଟା ଯାଇ ବାହାର କରାଯାଇଥିଲା। ଉକ୍ତ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

Exit mobile version