Site icon ଆଜିକାଲି

ଘାଟି ତଳକୁ ଖସିଲା ଟ୍ରକ : ଡ୍ରାଇଭର ମୃତ, ହେଲପର ଆହତ

ବାଙ୍ଗିରିପୋଷି : ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ଟ୍ରକ। ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଦ୍ୱାରସୁଣୀ ଘାଟି ତଳକୁ ଟ୍ରକ ଖସି ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ମୃତ ଟ୍ରକ ଚାଳକ ହେଲେ ଶ୍ୟାମସୁଦ୍ଦିନ ଖାନ(୪୫) ଓ ଆହତ ହୋଇଥିବା ହେଲପର ବଙ୍କିମ ହେମ୍ବ୍ରମ ବୋଲି ଜଣାପଡିଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ ଭୋର ସମୟରେ ୪୯ନଂ ଜାତୀୟ ରାଜପଥର ଦ୍ୱାରସୁଣୀ ଘାଟି ରାସ୍ତାରେ ଭାରସାମ୍ୟ ହରାଇ ଏକ ଟ୍ରକ ଘାଟି ତଳକୁ ଖସିପଡି ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ଘଟଣାସ୍ଥଳରେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ହେଲପର ଜଣକ ଆହତ ହୋଇଛନ୍ତି । ଖବର ପାଇ ବାଙ୍ଗିରିପୋଷି ଦମକଳ ବାହିନୀ ସେଠାରେ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରିଛନ୍ତି। ଉଭୟଙ୍କୁ ବାଙ୍ଗିରିପୋଷି ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ସେମାନଙ୍କ ଘର ପଶ୍ଚିମବଙ୍ଗର ମେଦିନୀପୁର ଅଞ୍ଚଳରେ ବୋଲି ଜଣାପଡିଛି । ଘଟଣାସ୍ଥଳରେ ବାଙ୍ଗିରିପୋଷି ପୋଲିସ ତଦନ୍ତ ଚଳାଇଛି ।

Exit mobile version