Site icon ଆଜିକାଲି

ଟ୍ରକ୍-ପିକନିକ ବସ୍ ଧକ୍କା : ୩ ମୃତ ଓ ୧୧ ଆହତ

ନୟାଗଡ଼ – ପିକନିକ ବସ୍ ଦୁର୍ଘଟଣାଗ୍ରସ୍ତ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଶାଳଭଙ୍ଗା ଛକ ନିକଟରେ ହରିଶଙ୍କର ଯାଉଥିବା ପିକନିକ ବସକୁ ଏକ ଟ୍ରକ ପିଟିବା ଯୋଗୁଁ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ୧୨ ଜଣ ଆହତ ହୋଇଛନ୍ତି। ବିଳମ୍ବିତ ରାତିରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।

ମିଳିଥିବା ସୂଚନା ଅନୁସାରେ ଦଶପଲ୍ଲାର ଏକ ଘରୋଇ ଶିକ୍ଷାନୁଷ୍ଠାନର ୫୦ରୁ ଅଧିକ ଛାତ୍ରଛାତ୍ରୀ ପିକନିକ୍ ପାଇଁ ବଲାଙ୍ଗିର ଜିଲ୍ଲା ହରିଶଙ୍କରକୁ ଯାଉଥିଲେ। ତେବେ ବୁଗୁଡ଼ା ନିକଟ ଶାଳଭଙ୍ଗା ଜଙ୍ଗଲ ରାସ୍ତାରେ ଏକ ଟ୍ରକ ସହ ବସ୍‌ର ଧକ୍କା ହେବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଡାକ୍ତରଖାନାକୁ ଯିବା ବାଟରେ ଆଉ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣାରେ ଆହତ ୧୧ ଗୁରୁତରଙ୍କ ମଧ୍ୟରୁ ୪ ଜଣ ଦଶପଲ୍ଲା ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦଶପଲ୍ଲା ବିଧାୟକ ରମେଶ ବେହେରା ଓ ନୟାଗଡ଼ ଏସପି ରାହୁଲ ଜୈନ ମେଡିକାଲ ଯାଇ ଆହତମାନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

Exit mobile version