ମେଷ- ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । କେତେକ ନୂତନ କାମର ପରିକଳ୍ପନା କରି ସଫଳତା ପ୍ରାପ୍ତ ହେବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇ ଖୁସି ହେବେ । ସଭାସମିତିରେ ଯୋଗ ଦେଇ ଲାଭବାନ ହେବେ ଓ ସମ୍ମାନ,ପ୍ରତିଷ୍ଠା ପାଇବେ । ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ।
ବୃଷ- ବାରମ୍ବାର ଚେଷ୍ଟା କରିବା କାରଣରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ। ମହିଳା ମାନେ ପରିବାରରେ ପୃଷ୍ଟି ସାଧନ ପାଇଁ ପ୍ରୟାସ କରିବେ।
ମିଥୁନ- ପାରିବାରିକ କ୍ଷେତ୍ରରେ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ । ଚେଷ୍ଟା କରୁଥିବା କାମ ପ୍ରତିବନ୍ଧକ ମଧ୍ୟରେ ଅଟକି ରହିପାରେ । ଆପଣ ଅଧ୍ୟୟନ କରିବାକୁ ବହୁତ ଆଗ୍ରହୀ ହେବେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ।
କର୍କଟ- ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାରାଦି କ୍ରୟ କରିପାରନ୍ତି । ଜମିଜମା, ଯାନବାହନ, ଲେଖାପଢ଼ା କ୍ଷେତ୍ରରୁ ଉପକୃତ ହେବେ।
ସିଂହ- ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ । ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ସମ୍ପତି ବାଡିକୁ ନେଇ ଲାଗିଥିବା ଆୟନ ଗତ ଲଢେଇରେ ବିଜୟୀ ଲାଭର ଯଥେଷ୍ଟ ସମ୍ଭାବନା ଅଛି।
କନ୍ୟା- ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ତୁଳା- ସମସ୍ତ ପରିବାର ସଦସ୍ୟ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକରାତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ।
ବିଛା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ ।
ଧନୁ- ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ନାରୀମାନେ ଈର୍ଷାପରାୟଣ ରହିବେ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ମକର- ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରି ମାନେ ପଢାରେ ପ୍ରଂଶସିତ ହେବେ ।
କୁମ୍ଭ- କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି । ପରିପ୍ରେକ୍ଷୀରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।
ମୀନ- ସହମର୍କୀଙ୍କ କଥାରେ ପ୍ରଭାବିତ ହୋଇ କୈାଣସି ନୂତନ କାମ କରିପାରନ୍ତି । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବା ସକାଶେ ବହୁତ କଷ୍ଟ ସ୍ୱୀକାର କରିବାକୁ ପଡିବ । ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।