Site icon ଆଜିକାଲି

୨୭ ଡିସେମ୍ବର ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସନ୍ତାନ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଗୃହବାହନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇପାରେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ଆୟ ବୃଦ୍ଧି ହେବା ସହ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ ।

ମିଥୁନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତି ହେବାର ସମ୍ଭାବନା ରହିଛି । ସାଧାରଣ କଥାକୁ ଭୃକ୍ଷେପ ନକରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ ।

ସିଂହ:-ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ । ରାଜନୀତିରେ ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ନୂତନ କାର୍ଯ୍ୟାରମ୍ଭ, ଶତ୍ରୁହାନୀ, ଉଚ୍ଚଆଶା ସଫଳ, ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ । ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ନୈତିକତା ହିସାବରୁ ଆପଣ ବହୁତ ଉପକୃତ ହେବେ । ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ସ୍ଥଗିତଥିବା କର୍ମଟି ପୂରଣ ହେବ । ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଭବିଷ୍ୟତ ଯୋଜନାରେ ନିବେଶ କରିପାରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ଧନୁ:-ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ । ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ ହିସାବରେ ଆତ୍ମସନ୍ତୋଷ ମିଳିବ । ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ସନ୍ତାନଙ୍କ ଖୁସି ଖବର ପାଇ ମାନସିକ ଶାନ୍ତି ପାଇବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର-କଦଳୀଗଛ ମୂଳରେ ହଳଦୀ ପାଣି ଦିଅନ୍ତୁ ।

ମକର:-ଶତୃମାନେ ଦୂରେଇଯିବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ । ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

କୁମ୍ଭ:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ । ସତର୍କରେ ନ ଚାଲିଲେ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ । ନଷ୍ଟହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ନୂଆ ନିଯୁକ୍ତି ଯୋଗ ଅଛି । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।

Exit mobile version