Site icon ଆଜିକାଲି

୧୮ ଅକ୍ଟୋବର ମଙ୍ଗଳବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜିର ଦିନଟି ନୂତନ ଭୂମି,ବାହନ ଆଦି କ୍ରୟ କରିବା ପାଇଁ ଅନୁକୂଳ ରହିଛି। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଚାହୁଁଥିଲେ, ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ। ବ୍ୟକ୍ତିଗତ ଜୀବନକୁ ନେଇ ଆପଣ ଚିନ୍ତିତ ରହିବେ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ।

ବୃଷ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ପୁରୁଣା ବନ୍ଧୁଙ୍କ ଠାରୁ ଆପଣଙ୍କୁ ଗୁରୁତ୍ଵପୂର୍ଣ୍ଣ ସୂଚନା ମିଳିପାରେ। ସାମାଜିକ କାର୍ଯ୍ୟରେ ଆପଣ ଯୋଗଦାନ କରିବେ। ପାରିବାରିକ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ। ନକାରାତ୍ମକ ଚିନ୍ତାଧାରା ଥିବା ଲୋକଙ୍କ ଠାରୁ ଦୂରେଇ ରୁହନ୍ତୁ। ସନ୍ତାନଙ୍କ ଠାରୁ ସୁଖଦ ସମାଚାର ମିଳିପାରେ।

ମିଥୁନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ପାରିବାରିକ ଜୀବନ ସୁଖମୟ ରହିବ। ଆପଣ କୌଣସି କାର୍ଯ୍ୟକୁ କରିବା ପାଇଁ ସଙ୍କୋଚ କରନ୍ତୁ ନାହିଁ। ଆପଣଙ୍କୁ ନିଜ ବାଣୀ ଉପରେ ନିୟନ୍ତ୍ରଣ ରଖିବା ଆବଶ୍ୟକ। ଅବିବାହିତ ଲୋକଙ୍କ ପାଇଁ ବିବାହର ଯୋଗ ରହିଛି।

କର୍କଟ ରାଶି :-ଆଜି ଆପଣଙ୍କୁ ସକାରାତ୍ମକ ପରିଣାମ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପ୍ରଶାସନିକ ନିଯୁକ୍ତି ମିଳିବ। ଘରୋଇ ଜୀବନରେ କିଛି ସମସ୍ୟା ଦେଖା ଦେଇପାରେ। କାର୍ଯ୍ୟକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟର ଭୁଲ କାଢି ପାରନ୍ତି।

ସିଂହ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ବିଦେଶରେ ରହୁଥିବା ସମ୍ପର୍କୀୟଙ୍କ ଠାରୁ ଆପଣଙ୍କୁ ଶୁଭ ସମାଚାର ମିଳିପାରେ। ପରିବାର ଲୋକଙ୍କ ସହିତ ବାହାର ସ୍ଥାନକୁ ଯାତ୍ରା କରି ପାରନ୍ତି। କୌଣସି ସ୍ଥାନରେ ନିବେଶ କରିବା ପୂର୍ବରୁ ଭଲଭାବରେ ବିଚାର କରନ୍ତୁ। ଅଚାନକ ଧନ ପ୍ରାପ୍ତି ହେବାର ସୁଯୋଗ ମିଳିବ।

କନ୍ୟା ରାଶି :-ଆଜି ଆପଣଙ୍କୁ ମିଶ୍ରିତ ଫଳ ପ୍ରାପ୍ତି ହେବ। ଘରର ଆର୍ଥିକ ସ୍ଥିତି ସୁଦୃଢ ରହିବ। କ୍ୟାରିୟରକୁ ନେଇ ଆପଣ ଅଧିକ ଚିନ୍ତିତ ରହି ପାରନ୍ତି। ବିଦ୍ୟାର୍ଥୀ ମାନେ ଖେଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଉତ୍ତୀର୍ଣ୍ଣ ହେବେ। ଆଜି ଆପଣଙ୍କ ଶତ୍ରୁ ଆପଣଙ୍କୁ ଦେଖି ଭୟ କରିବେ। ବ୍ୟବସାୟୀ ମାନଙ୍କୁ ଅଧିକ ସତର୍କ ରହିବା ଆବଶ୍ୟକ।

ତୁଳା ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆଜି ଆପଣଙ୍କର ସମାଜରେ ମାନସମ୍ମାନ ବୃଦ୍ଧି ହେବ। ଘରର ଆର୍ଥିକ ପରିସ୍ଥିତି ସୁଦୃଢ ରହିବ। ଆପଣଙ୍କ ସାହସ ଓ ଆତ୍ମବିଶ୍ବାସ ସର୍ବଦା ସୁଦୃଢ ରହିବ। କୋର୍ଟ କଚେରୀ ମାମଲାରେ ଆପଣଙ୍କୁ ସଫଳତା ମିଳିବ।

ବିଛା ରାଶି :-ଆଜି ଆପଣଙ୍କୁ ସକାରାତ୍ମକ ପରିଣାମ ପ୍ରାପ୍ତ ହେବ। ବ୍ୟବସାୟିକ ମାମଲାରେ ଆପଣ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି। ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଆଶାନୁରୂପ ସଫଳତା ହାସଲ କରିବେ। ବିବାହିତ ଲୋକଙ୍କ ଦାମ୍ପତ୍ୟ ଜୀବନରେ ସୁଖଶାନ୍ତି ବିଦ୍ୟମାନ ହେବ।

ଧନୁ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ସାମାନ୍ୟ ରହିବ। ସଂଜିକ କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କର ମାନସମ୍ମାନ ବୃଦ୍ଧି ହେବ। ଆପଣଙ୍କୁ ନିଜ ସ୍ୱର୍ଥ୍ୟା ପ୍ରତି ଯଥେଷ୍ଟ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ଚାକିରି କ୍ଷେତ୍ରରେ କାର୍ଯ୍ୟରତ ଥିବା ଲୋକଙ୍କୁ ପଦୋନ୍ନତୀ ମିଳିବାର ସମ୍ଭାବନା ରହିଛି।

ମକର ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଘରେ ଧନଧାନ୍ୟ ବୃଦ୍ଧି ହେବ। ପୁରୁଣା ବନ୍ଧୁଙ୍କ ସହିତ ଦେଖାସାକ୍ଷାତ ହୋଇପାରେ। କ୍ୟାରିୟରକୁ ନେଇ ଆପଣ ଚିନ୍ତିତ ରହି ପାରନ୍ତି। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ। ପ୍ରେମୀ ଯୁଗଳଙ୍କ ପାଇଁ ଆଜିର ଦିନଟି ଅନୁକୂଳ ରହିଛି।

କୁମ୍ଭ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଆପଣଙ୍କୁ ବରିଷ୍ଠ ଅଧିକାରୀଙ୍କ ଠାରୁ ସହଯୋଗ ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ଆପଣ ବ୍ୟସ୍ତ ରହିବେ। ବିବାହିତ ଲୋକଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ଜୀବନସାଥୀ ଆପଣଙ୍କୁ ସବୁ କ୍ଷେତ୍ରରେ ସହଯୋଗ କରିବେ। ଆପଣଙ୍କୁ ନିଜ ସ୍ବଭାବକୁ ବିନମ୍ର ରଖିବାର ଆବଶ୍ୟକତା ରହିଛି।

ମୀନ ରାଶି :-ଆଜିର ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିଛି। ଶତ୍ରୁ ଆପଣଙ୍କର କ୍ଷତି କରିବାକୁ ପ୍ରୟାସ କରି ପାରନ୍ତି କିନ୍ତୁ କିଛି କରି ପାରିବେ ନାହିଁ। ଶାରୀରିକ ଓ ମାନସିକ ରୂପରେ ଆପଣ ସୁସ୍ଥ ରହିବେ।ସନ୍ତାନଙ୍କ ସଫଳତାରେ ଆପଣଙ୍କ ମନ ପ୍ରସନ୍ନ ରହିବ। ଘରର ଦାୟିତ୍ୱ ବଢିପାରେ।

Exit mobile version