Site icon ଆଜିକାଲି

ଆଜିଠୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

ଭୁବନେଶ୍ୱର : ଆଜିଠାରୁ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ଆରମ୍ଭ ହେଉଛି। ଏହି ଗସ୍ତ ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ର ଗୃହମନ୍ତ୍ରୀ। ଆଜି ସଂଧ୍ୟାରେ ଅମିତ ଶାହ ଭୁବନେଶ୍ୱରରେ ପହଞ୍ଚିବେ । ରାଜ୍ୟ ବିଜେପି ପକ୍ଷରୁ ତାଙ୍କୁ ସ୍ୱାଗତ କରାଯିବ ।

୮ ତାରିଖ ସକାଳେ କେନ୍ଦ୍ର ଗୃହ ମନ୍ତ୍ରୀ ଲିଙ୍ଗରାଜ ମନ୍ଦିର ପରିଦର୍ଶନ କଲା ପରେ କଟକ ଯିବେ । ସେଠାରେ ସେ ପ୍ରଥମେ ଓଡ଼ିଆ ବଜାର ସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ପରେ ଇଣ୍ଡୋର ଷ୍ଟାଡିୟମରେ ପ୍ରଜାତନ୍ତ୍ର ଖବରକାଗଜର ୭୫ ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେବେ କେନ୍ଦ୍ର ଗୃହମନ୍ତ୍ରୀ। ଅପରାହ୍ନରେ ଅମିତ ଶାହ ଭୁବନେଶ୍ୱରରେ ବିଜେପି କାର୍ଯ୍ୟାଳୟରେ ଦଳୀୟ ନେତୃବୃନ୍ଦ ଓ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ । ଏହାପରେ ସେ ମୋଦି@୨୦ ବୁକ୍ ରିଡିଂ କାର୍ଯ୍ୟକ୍ରମରେ ଯୋଗ ଦେଇ ସଂଧ୍ୟାରେ ଦିଲ୍ଲୀ ଫେରିଯିବେ।

Exit mobile version