Site icon ଆଜିକାଲି

୩୯ଟି କେନ୍ଦ୍ରରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ନାଗରିକଙ୍କୁ ଟୀକାକରଣ ଆଜି

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲା ପ୍ରଶାସନ ଓ ଜିଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆଜିି ଜିଲାର ସୋନପୁର ମ୍ୟୁନିସିପାଲିଟି ସହ ତରଭା ବ୍ଲକ ବ୍ୟତୀତ ଅନ୍ୟ ସମସ୍ତ ବ୍ଲକ ଅଞ୍ଚଳର ୩୯ଟି ବ୍ୟବସ୍ଥିତ ଟିକା କେନ୍ଦ୍ରରେ ୧୮ ରୁ ଉର୍ଦ୍ଧ୍ୱ ବୟସର ହିତାଧିକାରୀଙ୍କ ସହ ଏଚ୍‌ସିଡବ୍ଲୁ/ଏଫଏଲଡବ୍ଲୁ ଏବଂ ୬୦ ବର୍ଷ ରୁ ଉର୍ଦ୍ଧ ସହିତ କୋ-ମୋରବିଡିଟିଙ୍କୁ ପ୍ରିକସନ ଡୋଜ (କୋଭାସିଲଡ଼) ଟୀକାକରଣ କରାଯିବ । ବ୍ୟବସ୍ଥିତ ସମସ୍ତ କେନ୍ଦ୍ର ଗୁଡିକରେ ହିତାଧିକାରୀ ଟୀକାକରଣ ନିମନ୍ତେ ପଂଜିକୃତ କରି ନିଯୁକ୍ତି ଚିଠା କୁ ଅନୁସୂଚିତ କରାଇ ପାରିବେ ଅଥବା ଉକ୍ତ ଦିନ ନିର୍ଧାରିତ ସମୟ ସକାଳ ୯ଟାରେ କେନ୍ଦ୍ରକୁ ଯାଇ ଟୀକା ନିମନ୍ତେ ଅଗ୍ରିମଟୋକନ ସଂଗ୍ରହ କରିପାରିବେ କ୍ଷସ୍ଲଟ ବୁକିଂ କରିଥିବା ହିତାଧିକାରୀ ଙ୍କୁ ଅଗ୍ରାଧିକାର ଭିତ୍ତିରେ ଟୀକା ପ୍ରଦାନ କରାଯିବ । ଉକ୍ତ ଦିନ ଗୁଡିକରେ ଟୀକାକରଣ ପାଇଁ ଯୋଗ୍ୟ ପଞ୍ଜିକୃତ ହିତାଧିକାରୀ ନିଜର ନିଯୁକ୍ତି ଚିଠା (ମୋବାଇଲ ମେସେଜ/ଚିଠାର ହାର୍ଡ କପି ) ପଞ୍ଜିକରଣ ସମୟରେ ବ୍ୟବହୃତ ପରିଚୟ ପତ୍ର ,ସାଙ୍ଗରେ ଆଣି ସୂଚିତ ନିର୍ଦ୍ଧାରିତ ସମୟରେ ଉଦ୍ଧିଷ୍ଟ ଟୀକାକରଣ କେନ୍ଦ୍ରକୁ ପହଂଚି ଟୀକା ଗ୍ରହଣ କରିବେ । ବିନା କୌଣସି ସୂଚନାରେ ଟୀକାକେନ୍ଦ୍ରକୁ ଯାଇ ହଇରାଣ ନ ହେବା କିମ୍ବା କେନ୍ଦ୍ର ରେ ଅଯଥାରେ ଭିଡ଼ ନ କରିବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ ଅନୁରୋଧ କରାଯିବା ସହ ଯେତେବେଳେ ଯାହାର ପାଳି ଆସୁଛି ସେମାନେ କେବଳ କେନ୍ଦ୍ରକୁ ଆସିବାକୁ ପରାମର୍ଶ ଦିଆଯାଉଛି । ଏହି ଟୀକାକରଣ ଉକ୍ତ ଦିନଗୁଡିକରେ ସକାଳ ୯ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲୁ ରହିବ । ହିତାଧିକାରୀ ଟୀକାକରଣ ପାଇଁ ଅନଲାଇନ https://selfregistration.cowin.gov.in ରେ ପଞ୍ଜିକରଣ କରାଇ ସ୍ଲଟ ଅନୁସୂଚିତ କରାଇ ପାରିବେ । ଟୀକାକରଣ ନିମନ୍ତେ ହିତାଧିକାରୀଙ୍କ ପାଇଁ ମଙ୍ଗଳବାର ରାତ୍ର ୮ଟାରୁ କୋଭାସିଲଡ଼ ଓ କୋଭାକ୍ସିନ ପାଇଁ ପଞ୍ଜିକରଣ ନିମନ୍ତେ ସ୍ଲଟ ଖୋଲା ରହିଛି ।

Exit mobile version