Site icon ଆଜିକାଲି

ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀ ଚିକିତ୍ସାଳୟ କିରାଣୀ

ସୁବର୍ଣ୍ଣପୁର : ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀ ଚିକିତ୍ସାଳୟର କିରାଣୀ । ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ସୁବର୍ଣ୍ଣପୁର ଜିଲାବୀରମହାରାଜପୁର ମୁଖ୍ୟ ପ୍ରାଣୀ ଚିକିତ୍ସାଳୟର କିରାଣୀ ଗୋଲକ ବିହାରୀ ପୋଢ। ଏରିଅର ବିଲ୍ କରାଇ ଦେବାକୁ ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ି ବସିଥିଲା । ଉଲୁଣ୍ଡା ବ୍ଲକ ସିଣ୍ଢଲ ପ୍ରାଣୀଧନ ନିରୀକ୍ଷକ ନାରାୟଣ ମେହେରଙ୍କ ଛୁଟି ଟଙ୍କା ମଞ୍ଜୁରି କାଗଜପତ୍ର ପ୍ରସ୍ତୁତ କରିବାକୁ ଗୋଲକ ବିହାରୀ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ନାରାୟଣ ଅଭିଯୋଗ କଲା ପରେ କିରାଣୀଙ୍କୁ ଧରିବାକୁ ଭିଜିଲାନ୍ସ ଜାଲ ବିଛାଇଥିଲା । ଆଜି ସିଡିଭିଓ କାର୍ଯ୍ୟାଳୟ ପରିସରରେ ଥିବା ସରକାରୀ କ୍ୱାର୍ଟରରେ ନାରାୟଣ ୧୫ ହଜାର ଟଙ୍କା ଲାଞ୍ଚ ଗୋଲକ ବିହାରୀଙ୍କୁ ଦେଇଥିଲେ। ଏହାପରେ ଭିଜିଲାନ୍ସ ଟିମ ଚଢ଼ାଉ କରି ଲାଞ୍ଚ ଟଙ୍କା ଜବତ କରିବା ସହ ଗୋଲକ ବିହାରୀଙ୍କୁ ଗିରଫ କରିଛି।

Exit mobile version