Site icon ଆଜିକାଲି

ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ

ରାୟଗଡ଼ା : ଭିଜିଲାନ୍ସ ଜାଲରେ ରାୟଗଡ଼ା ଡିଏଫଓ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ । ରାୟଗଡ଼ା ବନଖଣ୍ଡ ଅଧିକାରୀ(ଡିଏଫଓ) ବିଜୟ କୁମାର ପରିଡ଼ାଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢାଉ କରିଛି ଭିଜିଲାନ୍ସ । ରାୟଗଡ଼ା ସମେତ ରାଜ୍ୟର ଅନ୍ୟ ସ୍ଥାନ ମାନଙ୍କରେ ମଧ୍ୟ ଚଢ଼ାଉ ହୋଇଛି ।

ରାୟଗଡ଼ା ଠାରେ ଭିଜିଲାନ୍ସ ତରଫରୁ ୫ ଜଣିଆ ଟିମ୍ ଚଢାଉ କରୁଛନ୍ତି । ଭିଜିଲାନ୍ସ ଡିଏସପି ସନ୍ଧ୍ୟା ରାଣୀ ସାହୁଙ୍କ ନେତୃତ୍ୱରେ ଏହି ଚଢାଉ ଆଜି ସକାଳୁ ଆରମ୍ଭ ହୋଇଛି । ଚଢ଼ାଉ ସମୟରେ ବୀମା ରସିଦ ଓ ବଣ୍ଡ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଥିଲେ ଭିଜିଲାନ୍ସ ଟିମ୍। ବର୍ତ୍ତମାନ ଚଢ଼ାଉ ଚାଲିଥିବା କାରଣରୁ ଅଧିକ ସୂଚନା ଦେଇନାହିଁ ଭିଜିଲାନ୍ସ ।

Exit mobile version