Site icon ଆଜିକାଲି

ଆଗାମୀ ୩୬ ଘଣ୍ଟାରେ ସୁଦୃଶ ଲଘୁଚାପ କ୍ଷେତ୍ର, ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା

ଭୁବନେଶ୍ବର – ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ବି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ଦିନ ଏକ ଲଘୁଚାପବଳୟ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ରହିବ। ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ଆସନ୍ତାକାଲି ଓ ୧୧ ତାରିଖରେ ଲଘୁଚାପର ପ୍ରଭାବ ସର୍ବାଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ୧୦ ତାରିଖରେ ୧୧ ଜିଲ୍ଲା, ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

FacebookTwitterLinkedinWhatsapp
Exit mobile version