Site icon ଆଜିକାଲି

ଆଜିଠୁ ରାଜ୍ୟରେ ଶୀତ କମିବ, ୩-୪ ଡିଗ୍ରୀ ଖସିବ ତାପମାତ୍ରା

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ କମିବ ଶୀତ । ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଯିବ । ଅନ୍ୟ ସ୍ଥାନରେ ଧୀରେ ଧୀରେ ତାପମାତ୍ରା ବଢ଼ିବ । ଆସନ୍ତା ୩ ଦିନ ଭିତରେ ରାଜ୍ୟରେ ୩ରୁ ୪ ଡିଗ୍ରୀ ରାତି ତାପମାତ୍ରା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ଶନିବାର ରାଜ୍ୟର ୭ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଜି.ଉଦୟଗିରି ସବୁଠୁ ଥଣ୍ଡା ସହର ପାଲଟିଛି । ଏଠାରେ ରାତି ତାପମାତ୍ରା ୫.୫ ଡିଗ୍ରୀ ରେକର୍ଡ ହୋଇଛି । ସେମିଳିଗୁଡାରେ ୬.୧, ଫୁଲବାଣୀରେ ୭.୫, କିରେଇରେ ୭.୮, କୋରାପୁଟରେ ୮.୫, ଦାରିଙ୍ଗିବାଡିରେ ୯.୫ ଓ ଚିପିଲିମାରେ ୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଭୁବନେଶ୍ୱରର ରାତି ତାପମାତ୍ରା ୧୨.୪ ଡିଗ୍ରୀ ରହିଛି । ରବିବାର ରାଜ୍ୟରେ କଟକ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ କନ୍ଧମାଳରେ କୁହୁଡ଼ି ଦେଖାଯିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Exit mobile version