Site icon ଆଜିକାଲି

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲି ଲଘୁଚାପ କ୍ଷେତ୍ରରେ ହେବ ପରିଣତ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଆଜି ପଶ୍ଚିମ କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ର ପତ୍ତନଠାରୁ ୫.୮ରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ଆସନ୍ତା ୨୪ ଘଣ୍ଟାରେ ସମାନ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ମୌସୁମୀ ସକ୍ରିୟ ରହିଥିବା ବେଳେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ପ୍ରବଳ ବର୍ଷିବ ।

ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ କାଲିଠୁ ବିସ୍ତତି ବଢିବ । ୨୭ ତାରିଖ ଯାଏ ତିନି ଦିନ ବର୍ଷା ପରିମାଣ ଅଧିକ ରହିବ । କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Exit mobile version