Site icon ଆଜିକାଲି

୨୬ ଏପ୍ରିଲ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ–  ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।

ବୃଷ-ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ ।

ମିଥୁନ– ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । କର୍ମ କ୍ଷେତ୍ରରେ ଅନୁକୂଳ ପରିବେଶ ସୃଷ୍ଟି ହେବ । ରୋଜଗାର ଭଲ ରହିବ ।

କର୍କଟ– ଆଜିର ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିବ । ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ ।

ସିଂହ– ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ । ବ୍ୟବସାୟ ଆଶାନୁରୂପକ ହେବ । 

କନ୍ୟା– ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି । 

ତୁଳା– ଦେହ ଓ ମନ ଭଲ ରହିବ । ପ୍ରତ୍ୟେକ କାର୍ଯ୍ୟରେ ତତ୍ପରତା ଦେଖାଇବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ । ଗୃହକୁ ବନ୍ଧୁ ଆଗମନ ହେବ ।

ବିଛା– ଶରୀର ସୁସ୍ଥ ରହିବ । ଶୁଭ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ ।

ଧନୁ– ଆନନ୍ଦ ଉଲ୍ଲାସରେ ଦିନ କାଟିବେ । ନୂତନ ବସ୍ତ୍ରାଦି କ୍ରୟ କରିବେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ ।

ମକର– ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

କୁମ୍ଭ– ପରିଶ୍ରମୀ ହେବେ । ଦେହ ଓ ମନ ପ୍ରାୟ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ଆୟ ଉତ୍ତମ ହେବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ବିବାଦୀୟ ଘଟଣାରେ ବିଜୟୀ ହେବେ ।

ମୀନ– ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ । ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।

Exit mobile version