Site icon ଆଜିକାଲି

୧୦ ଜାନୁଆରୀ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । ବନ୍ଧୁ, ପରିଜନକୁ ନିଜର ମନ କଥା କୁହନ୍ତୁ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ପ୍ରେମ ଜୀବନ ଭଲ ରହିବ।

ବୃଷ- ବେପାରରେ ବକେୟା ଅର୍ଥ ପାଇବେ । ସୁନା ଅଳଙ୍କାର କିଣିବା ଲାଗି ଭାବିବେ । ନୂଆ ଉଦ୍ୟୋଗି ଗଢିବା ପାଇଁ ଭାବିବେ । ଜମି-ବାଡିକୁ ନେଇ ଝମେଲା ଦେଖାଦେବ । ଆର୍ଥୀକ ପରିସି୍ଥତି ଖରାପ ହେବ । କାମଧନ୍ଦାରେ ଉନ୍ନତି ହେବ । ଅଚିହ୍ନା ଲୋକଙ୍କ ଠାରୁ ସାହାର୍ଯ୍ୟ ପାଇ ଧନ୍ୟ ହେବେ ।

ମିଥୁନ- ବ୍ୟବସାୟରେ ଉନ୍ନତି କରିବେ । ପରିବାରରେ ପୁତ୍ର ସନ୍ତାନର ଲାଭ ମିଳିବ । ମାନସିକ ମଧ୍ୟମ ଧରଣର ଲାଭ ପାଇବେ । ସକାରତ୍ମକ ଭାବନା ଘେନି ଆଗକୁ ବଢିବେ । ଚାକିରିରେ ପଦୋନ୍ନତି ମିଳିପାରେ । ଶିକ୍ଷାର୍ଥୀ ମାନେ କଠିନ ପରିଶ୍ରମ ଦ୍ୱାରା ସଫଳତା ପାଇବେ ।

କର୍କଟ- ସୁସ୍ଥ ଅନୁଭବ କରିବେ । ସମ୍ବନ୍ଧରେ ଲାଗି ରହିଥିବା ତିକ୍ତତା ଦୂର ହେବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।ବାହନ କିଣିବା ଲାଗି ଆଗ୍ରହ ବଢିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।

ସିଂହ- ବ୍ୟବସାୟୀଙ୍କୁ ଲାଭ ମିଳିବ । ବିଦ୍ୟାର୍ଥୀ ମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ । ବେପାରୀ ବର୍ଗଙ୍କୁ ଅଚାନକ ଧନଲାଭ ହେବ । ଭୂ-ସମ୍ପତି କିଣିବା ପୂର୍ବରୁ ଶୁଭ ମୁହୂର୍ତ ଦେଖନ୍ତୁ । ଅଧିକ ଭାବୁକ ହେଲେ ମନ ଅଶାନ୍ତି ରହିବ ।

କନ୍ୟା- ବୁଦ୍ଧି ବିଦ୍ୟାର ଉପଯୁକ୍ତ ପ୍ରୟୋଗ କରି ଅନେକ କଷ୍ଟସାଧ୍ୟ କାମ କରିବେ । ଦେହ, ମନକୁ ଭଲ ରଖିବା ପାଇଁ ଚେଷ୍ଟା କରିବେ । ଅଫିସ୍ରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ଭାଗ୍ୟବାଦୀ ନ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ଚେଷ୍ଟା କରିବେ । ଆଜି ରହିଯାଇଥିବା କାମକୁ ଶେଷ କରିବାକୁ ଚିନ୍ତା କରିପାରନ୍ତି ।

ତୁଳା- ଗୃହିଣୀ ମାନେ କର୍ତ୍ତବ୍ୟ ନିର୍ବାହ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନେଇ ପଡ଼ୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ । ଔଷଧ ସମ୍ପନ୍ଧୀୟ ବ୍ୟବସାୟ, ଖଣିଜ ସମ୍ପଦ ବ୍ୟବସାୟରୁ ଲାଭବାନ୍ ହେବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ ।

ବିଛା- ଆପଣଙ୍କର ଆତ୍ମ ବିଶ୍ୱାସ ସ୍ଥର ଉଚ୍ଚ ରହିବ । ପରିବାରର ସଦସ୍ୟଙ୍କ ସହିତ ଭଦ୍ର ଭାବରେ କଥା ହେବେ ଏବଂ ସହନଶୀଳତା ବଜାୟ ରଖିବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ ।

ଧନୁ- ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସଂପନ୍ନ ହେବା କଷ୍ଟକର ହୋଇପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତବ୍ୟରେ ତ୍ରୁଟି କରିପାରନ୍ତି

ମକର- ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। ମହିଳାମାନେ ବ୍ୟସ୍ତତା ଭିତରେ କାର‌୍ୟ୍ୟ ସାଧନ କରିବେ ।

କୁମ୍ଭ- କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । ଛାତ୍ରଛାତ୍ରିଙ୍କର ପାଠ ପଢାରେ ମନ ଲାଗିବ । ରାଜନୈତିକ ସମର୍ଥନ ପାଇବେ । ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ମୀନ- ପରିବାରରେ ଶାନ୍ତିର ବାତାବରଣ ଦେଖାଦେବ । କାର‌୍ୟ୍ୟ କ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । କାହା ସହ କଟୁ ଭାଷାରେ କଥା ହୁଅନ୍ତୁ ନାହିଁ । ଭାବିଥିବା କାମରେ ନିଜ ଦକ୍ଷତା ବଳରେ ପୁରା କରିବେ ।

Exit mobile version