Site icon ଆଜିକାଲି

୨୦ ମାର୍ଚ୍ଚ ବୁଧବାର : ଜାଣନ୍ତୁ ଆପଣଙ୍କର ଆଜିର ରାଶିଫଳ

ମେଷ- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ । ଚାକିରିରେ ତୀକ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ବୃଷ- ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ ।

ମିଥୁନ- ଶରୀରରେ ଆଘାତ ପାଇ ପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି ।

କର୍କଟ-ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ କୃତକାର୍ଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ବିଶୃଙ୍ଖଳା ଉପୁଜିପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।

ସିଂହ- ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ । ଜମିଜମା କିଣିବାର ସୁଯୋଗ ରହିଛି । ନିଜ ଜିନିଷ କେଉଁଠି ରଖି ପାସୋରି ଯିବେ । ମହିଳା ମାନେ ଧର୍ମପରାୟଣ ହେବେ ।

କନ୍ୟା- କର୍ମକ୍ଷେତ୍ରରେ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ପ୍ରଶଂସା ପ୍ରାପ୍ତିର ସୈାଭାଗ୍ୟ ଅର୍ଜନ କରିପାରନ୍ତି । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ରହିବେ ।

ତୁଳା- ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇପାରନ୍ତି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ଶିକ୍ଷାର୍ଥୀ ମାନେ ପଢାରେ ସଫଳତା ପାଇବେ ।

ବିଛା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ । ମହିଳା ମାନେ ସଜବାଜରେ ଦିନ କଟିବେ । ଛାତ୍ରଙ୍କ ଲେଖା ପଢାରେ ବାଧା ଦୂର ହୋଇଯିବ ।

ଧନୁ-ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି । ସାମାଜିକ କାର‌୍ୟ୍ୟରେ ରୁଚି ବଢିବ । ମହିଳା ମାନେ ଅନ୍ୟକୁ ସାହା କରିବେ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।

ମକର- କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ । ସଂପର୍କରେ ସଚ୍ଚୋଟତା ବଜାୟ ରଖିବାକୁ ଚେଷ୍ଟା କରିବେ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ ।

କୁମ୍ଭ- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । କୌଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି। ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।

ମୀନ- ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ଭାବୁଥିବା କାମଟିକୁ କଷ୍ଟସାଧ୍ୟ ପୁରା କରିବେ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ଅଫିସରେ ଆପଣଙ୍କ ପାଖରେ କାମ ଅଧିକ ରହିବ ।

Exit mobile version