ନୂଆଦିଲ୍ଲୀ: ଆସନ୍ତା ନଭେମ୍ବର ୨୫ରୁ ଆରମ୍ଭ ହେବାକୁ ଯାଉଛି ସଂସଦର ଶୀତ ଅଧିବେଶନ । ଏହା ଡିସେମ୍ବର ୨୦ ଯାଏ ଚାଲିବ । ଏ ନେଇ ମଙ୍ଗଳବାର କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସୂଚନା ଦେଇଛନ୍ତି।
କେନ୍ଦ୍ର ମନ୍ତ୍ରୀଙ୍କ ସଦ୍ୟତମ ସୂଚନା ଅନୁସାରେ, ନଭେମ୍ବର ୨୫ରୁ ସଂସଦର ଉଭୟ ଗୃହର ଶୀତ ଅଧିବେଶନ ଆରମ୍ଭ ହେବ । ଏ ନେଇ ରାଷ୍ଟ୍ରପତିଙ୍କ ଅନୁମୋଦନ ମିଳିଛି । ଏହାର ଦ୍ୱିତୀୟ ଦିନ ଅର୍ଥାତ ନଭେମ୍ବର ୨୬ରେ ସମ୍ବିଧାନ ଦିବସ ପାଳନ ହେବ । ସମ୍ବିଧାନ ଲାଗୁ ହେବାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସମ୍ବିଧାନ ସଦନର ସେଣ୍ଟ୍ରାଲ ହଲ୍ରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
ଏଠାରେ ପ୍ରକାଶ ଥାଉକି, ଓଡ଼ିଶାରେ ଆସନ୍ତା ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ସପ୍ତଦଶ ବିଧାନସଭାର ଦ୍ୱିତୀୟ ତଥା ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଚଳିତ ଶୀତ ଅଧିବେଶନରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଛି ।