Site icon ଆଜିକାଲି

ରାଜ୍ୟରେ ଶନିବାର ଠାରୁ ବଢ଼ିବ ଶୀତ

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ ଶୀତ ବଢିପାରେ । ଉତର ଆଭ୍ୟନ୍ତରୀଣ ଓଡିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସ୍ୱାଭାବିକଠାରୁ କମ୍ ତାପମାତ୍ରା ରହିବ ବୋଲି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । କିଛି ସ୍ଥାନରେ ଶୀତ ସାମାନ୍ୟ ବଢିବ ବୋଲି ପାଣିପାଗ ବିଜ୍ଞାନୀ ପୂର୍ବାନୁମାନ କରିଛନ୍ତି । ସେହିଭଳି ବୁଧବାର ସକାଳେ କିଛି ସ୍ଥାନରେ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବ । ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନୟାଗଡ, ଗଞ୍ଜାମ, କନ୍ଧମାଳ, ଗଜପତି ଓ କଳାହାଣ୍ଡିରେ କୁହୁଡି ପଡିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ରାଜ୍ୟରେ ଶୀତ ଆରମ୍ଭ ହୋଇଗଲାଣି । ତେବେ ୧୨ ତାରିଖ ପରଠୁ ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ର ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁସାରେ, ୧୨ ତାରିଖ ପରେ ପାରଦ ଖସିବ । ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ । ହେଲେ ଆଗାମୀ ୩ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତନ ହେବାର ସମ୍ଭାବନା ନାହିଁ । ପରବର୍ତୀ ୨ ଦିନ ମଧ୍ୟରେ ରାତି ତାପମାତ୍ରା ୨ ରୁ ୩ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି । ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି । ହେଲେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି । ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡୁଥିବା ଦେଖିବାକୁ ମିଳିଛି । ଗତକାଲି ଫୁଲବାଣୀରେ ଘନକୁହୁଡ଼ି ଦୃଶ୍ୟମାନ ହୋଇଥିଲା । ଗତ ମଙ୍ଗଳବାର ରାତିରେ କୋରାପୁଟ ଜିଲ୍ଲା ସିମିଳିଗୁଡ଼ାରେ ସର୍ବନିମ୍ନ ତାପମାତ୍ରା ୧୨.୮ ଡିଗ୍ରୀ ରେକର୍ଡ କରାଯାଇଥିଲା । ସେହିପରି ଜି. ଉଦୟଗିରିରେ ୧୩.୪ ଡିଗ୍ରୀ ବୌଦ୍ଧରେ ୧୪ ଡିଗ୍ରୀ ଓ ଦାରିଙ୍ଗବାଡ଼ିରେ ୧୪.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିଲା ।

Exit mobile version