Site icon ଆଜିକାଲି

ଆଜି ୫ ଜିଲାରେ ପ୍ରବଳ ବର୍ଷା ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବର୍ଷା । ଆସନ୍ତା ଦଶହରା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଫଳରେ ୨ ବର୍ଷ ପରେ ଧୁମ୍‌ଧାମ୍‌ରେ ପାଳିତ ହେବାକୁ ଯାଉଥିବା ଦୁର୍ଗାପୂଜା ମଜା ଏଥର ଫିକା ପଡ଼ିବ ।

ଆଜି ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଯାହା ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଶନିବାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ପୁରୀ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଷଷ୍ଠୀରୁ ଦଶମୀ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଷଷ୍ଠୀରୁ ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ। ମହାସପ୍ତମୀରେ ସାରା ଉପକୂଳ ବର୍ଷାରେ ଭିଜିବ। ମହାଷ୍ଟମୀରେ ସମ୍ପୂର୍ଣ୍ଣ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ମହାନବମୀ ଓ ଦଶମୀ ରାଜ୍ୟରେ ଅଧିକ ବର୍ଷିବ ବୋଲି ପୂର୍ବାନୁମାନ କରାଯାଇଛି।

Exit mobile version