ଭୁବନେଶ୍ୱର : ସକ୍ରିୟ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ କିଛିଦିନ ହେବ ବର୍ଷା ଜାରି ରହିଛି। ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷାର ପ୍ରଭାବ ବଢିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଉପକୂଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ଆଜି ଘଡଘଡି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର। ତେବେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲା ଗୁଡ଼ିକରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ରାଜ୍ୟରେ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ ଓ ବାଲେଶ୍ୱର। ତେବେ ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ବର୍ଷା ହେବା ନେଇ ସତର୍କ ଜାରି କରାଯାଇଥିବା ବେଳେ ଅନ୍ୟ ଜିଲା ଗୁଡ଼ିକରେ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।